ପ୍ରକାଶ ପାଇଲା CBSE ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ, ଚଳିତବର୍ଷ ପାସ୍ ହାର ୮୭.୯୮ ପ୍ରତିଶତ

                                     

ଭୁବନେଶ୍ୱର(Star Odisha): ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ଶ୍ରେଣୀ ପରୀକ୍ଷା ଫଳ । ଚଳିତବର୍ଷ ମୋଟ ପାସ୍ ହାର ୮୭.୯୮ ପ୍ରତିଶତ ରହିଛି । ଝିଅଙ୍କ ପାସହାର ୯୧.୫୨ ପ୍ରତିଶତ ଥିବା ବେଳେ ପୁଅଙ୍କ ପାସ ହାର ୮୫.୧୨ ରହିଛି ।  ଛାତ୍ରଛାତ୍ରୀ ଓ ଅଭିଭାବକମାନେ results.cbse.nic.in, cbse.gov.in କିମ୍ବା cbseresults.nic.in ୱେବ୍‌ସାଇଟ୍‌ରୁ ରେଜଲ୍ଟ ଦେଖିପାରିବେ । ଏଥିସହ UMANG ଆପ୍, digilocker.gov.in, ପାରିକ୍ସା ସଙ୍ଗମ୍ ପୋର୍ଟାଲ୍ ଏବଂ SMS ସୁବିଧା ମାଧ୍ୟମରେରେ ମଧ୍ୟ ରେଜଲ୍ଟ ‌ଉପଲ୍ଲବ୍ଧ ହୋଇଛି।

ସିବିଏସଇ ଦ୍ୱାଦଶ ପରୀକ୍ଷା ପାଇଁ ଚଳିତବର୍ଷ ୧୬ ଲକ୍ଷ ୩୩ ହଜାର ୭୩୦ ଜଣ ଛାତ୍ରଛାତ୍ରୀ ନାମ ପଞ୍ଜୀକରଣ କରିଥିଲେ । ସେଥିମଧ୍ୟରୁ ପ୍ରାୟ ୧୬ ଲକ୍ଷ ୨୨ ହଜାର ୨୨୪ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବା ବେଳେ ୧୪ ଲକ୍ଷ ୨୬ ହଜାର ୪୨୦ ଛାତ୍ରଛାତ୍ରୀ ପାସ୍‌ କରିଛନ୍ତି।

0/Post a Comment/Comments