କଟକ: କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ମାମଲା । ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ଆଗୁଆ ଜାମିନ ଆବେଦନ କଲେ କଣ୍ଠଶିଳ୍ପୀ ଅର୍ପିତା ଚୌଧୁରୀ । ସଙ୍ଗୀତ ନିର୍ଦ୍ଦେଶକ ସୋମେଶ ଶତପଥୀଙ୍କ ସହ ଆଗୁଆ ଜାମିନ ଆବେଦନ କଲେ ଅର୍ପିତା। ଗିରଫଦାରୀକୁ ଏଡ଼ାଇବା ଲାଗି ଜାମିନ୍ ଆବେଦନ କରିଥିବାର ଚର୍ଚ୍ଚା ହେଉଛି । ହ୍ୟୁମାନ ସାଗରଙ୍କ ମୃତ୍ୟୁ ମମାଲା ରେ କଟକ ମର୍କତ ନଗର ଥାନାରେ ୯ ଜଣଙ୍କ ନାଁରେ ରୁଜୁ ହୋଇଛି ମାମଲା । ହ୍ୟୁମାନଙ୍କ ମାଆ ଶେଫାଳି ସୁନାଙ୍କ ଅଭିଯୋଗ ଆଧାରରେ ମର୍କତ ନଗର ଥାନାରେ ରୁଜୁ ମାମଲାର ତଦନ୍ତ କରୁଛି କମିଶନରେଟ ପୋଲିସ ।
ସୂଚନାଯୋଗ୍ୟ ଯେ, ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଗତ ନଭେମ୍ବର ୧୭ ତାରିଖରେ ଭୁବନେଶ୍ୱର ଏମ୍ସ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖିବୁଜିଥିଲେ । ହ୍ୟୁମାନ ସାଗରଙ୍କ ଲିଭର୍ ଖରାପ ଥିବା ବେଳେ, କିଡନି ଗୁରୁତର ଭାବେ ପ୍ରଭାବିତ ହୋଇଥିଲା। କଟକର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ । ସ୍ବାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଥିଲା । ହେଲେ ସ୍ୱାସ୍ଥ୍ୟରେ କୌଣସି ଉନ୍ନତି ଘଟିନଥିଲା। ଶେଷରେ ନଭେମ୍ବର ୧୭ ତାରିଖରେ ହ୍ୟୁମାନଙ୍କ ମୃତ୍ୟୁ ହୋଇଥିଲା ।

Post a Comment