ମହାରାଷ୍ଟ୍ର: ମହାରାଷ୍ଟ୍ର ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସୁନେତ୍ରା ପାୱାର । ଦିବଂଗତ ଅଜିତ ପାୱାରଙ୍କ ପତ୍ନୀ ସୁନେତ୍ରା ପାୱାର ମହାରାଷ୍ଟ୍ରର ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ମହାରାଷ୍ଟ୍ରର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ସେ ଶପଥ ନେଇଛନ୍ତି । ସେ ରାଜ୍ୟ ଇତିହାସରେ ଏହି ପଦବୀ ଅଳଙ୍କୃତ କରିଥିବା ପ୍ରଥମ ମହିଳା ହୋଇପାରିଛନ୍ତି। ନିଜ ସ୍ୱାମୀ ତଥା ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ବିୟୋଗର ମାତ୍ର ତିନି ଦିନ ପରେ ସେ ଏହି ଗୁରୁଦାୟିତ୍ୱ ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ ଯେ, ଗତ ଜାନୁଆରୀ ୨୮ ତାରିଖରେ ଏକ ବିମାନ ଦୁର୍ଘଟଣାରେ ଅଜିତ ପାୱାରଙ୍କର ଦେହାନ୍ତ ହୋଇଥିଲା।
ମୁମ୍ବାଇର ଲୋକ ଭବନରେ ଆୟୋଜିତ ଏକ ଗମ୍ଭୀର କାର୍ଯ୍ୟକ୍ରମରେ ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ସୁନେତ୍ରା ପାୱାରଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଥିଲେ। ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ୍ ଏବଂ ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଉପସ୍ଥିତ ରହିଥିଲେ। ଏନସିପିର ସହଯୋଗୀ ଦଳର ଏହି ଶୀର୍ଷ ନେତାମାନେ ସୁନେତ୍ରାଙ୍କୁ ଶୁଭେଚ୍ଛା ଜଣାଇବା ସହ ସମର୍ଥନ ପ୍ରକାଶ କରିଥିଲେ।

Post a Comment