କୋଦଳା: ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକ ଅନ୍ତର୍ଗତ ମଠସରସିଙ୍ଗିସ୍ଥିତ ମହନ୍ତ ବଳରାମ ଦାସ ଉଚ୍ଚ ବିଦ୍ୟାଳୟର ଅବସରପ୍ରାପ୍ତ ପ୍ରଧାନ ଶିକ୍ଷକ ରଜନୀକାନ୍ତ ରଥଙ୍କ ମଙ୍ଗଳବାର ହୃଦଘାତରେ ପରଲୋକ ଘଟିଛି। ମାତ୍ର ଏକ ସପ୍ତାହ ପୂର୍ବରୁ ସେ ଅବସର ଗ୍ରହଣ କରିଥିଲେ। ତାଙ୍କ ଅକାଳ ବିୟୋଗ ଖବର ପ୍ରଚାରିତ ହେବା ପରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
ସ୍ୱର୍ଗତ ରଥ ଜଣେ ଆଦର୍ଶ, କର୍ତ୍ତବ୍ୟନିଷ୍ଠ ଓ ଛାତ୍ରବତ୍ସଳ ଶିକ୍ଷକ ଭାବେ ପରିଚିତ ଥିଲେ। ତାଙ୍କ ଶିକ୍ଷାଦାନ ଏବଂ ନେତୃତ୍ୱରେ ଅନେକ ଛାତ୍ରଛାତ୍ରୀ ଉପକୃତ ହୋଇଥିଲେ।
ବୁଧବାର ସନ୍ଧ୍ୟାରେ ମହନ୍ତ ବଳରାମ ଦାସ ଉଚ୍ଚ ବିଦ୍ୟାଳୟ ପରିସରରୁ ତାଙ୍କ ସ୍ମୃତିରେ ଏକ ଶ୍ରଦ୍ଧାଞ୍ଜଳି ସଭା ଓ କ୍ୟାଣ୍ଡଲ ଶୋଭାଯାତ୍ରା ଆୟୋଜିତ ହୋଇଥିଲା। ଏଥିରେ ବହୁ ସଂଖ୍ୟକ ବର୍ତ୍ତମାନ ଓ ପୁରାତନ ଛାତ୍ରଛାତ୍ରୀ, ଶିକ୍ଷକ ଏବଂ ସ୍ଥାନୀୟ ବାସିନ୍ଦା ଯୋଗଦେଇ ସ୍ୱର୍ଗତ ରଥଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ଶୋଭାଯାତ୍ରା ବିଦ୍ୟାଳୟ ପରିସରରୁ ଆରମ୍ଭ ହୋଇ ମଠସରସିଙ୍ଗି ବଜାର ପରିକ୍ରମା କରିଥିଲା। ଉପସ୍ଥିତ ସମସ୍ତେ ତାଙ୍କ ଅମର ଆତ୍ମାର ସଦ୍ଗତି କାମନା କରିବା ସହ ତାଙ୍କ ଆଦର୍ଶ ଓ ଅବଦାନକୁ ସ୍ମରଣ କରିଥିଲେ।
ତାଙ୍କ ବିୟୋଗ ଶିକ୍ଷା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ବୁଦ୍ଧିଜୀବୀ ମାନେ ମତ ପ୍ରକାଶ କରିଛନ୍ତି।

Post a Comment